ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୮୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦୦ରୁ ଯଥେଷ୍ଟ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୦୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୫,୯୫୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୩୭କୁ ବୃଦ୍ଧି ପାଇଛି। ଆଜି ଚଣ୍ଡୀଗଡ଼, ଗୁଜରାଟ, ହିମାଚଳ ପ୍ରଦେଶ ଓ ମଧ୍ୟପ୍ରଦେଶରୁ ଗୋଟିଏ ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୨ଟି ମୃତ୍ୟୁ ସାମିଲ କରିଛି।
ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୩.୧୯% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୩୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।
Image Courtesy of Jagaran Englishଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୪,୮୧୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୦୦କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୫୪,୦୨୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୫୬,୫୫୧ଟି ନମୁନା।
Follow Us