ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୪.୨୨% ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ୱେବ୍ସାଇଟ୍ରୁ ଜଣାପଡ଼ିଛି। ଆଜି ଜାତୀୟସ୍ତରରେ ସୁସ୍ଥତାହାର ୯୮.୫୧% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୨୫୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୨ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮,୨୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୬,୨୨,୬୫୧ରେ ପହଞ୍ଚିଛି।
Image Courtesy of News18ଗତ ୨୪ ଘଣ୍ଟାରେ ହୋଇଥିବା ୪୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୪୨୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪,୫୫୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୯,୬୮୫,୩୩।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୮,୬୯୦।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୮,୭୬,୫୬,୨୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୬୬,୧୦,୭୧୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୨,୭୭୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/cvi-8.jpg)