ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦ରୁ କମ୍ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୯କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୬,୨୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ପିଛିଲା ଭାବେ କେରଳ ୧ଟି ମୃତ୍ୟୁ ରିପୋର୍ଟ କରିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୩,୨୦୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
Image Courtesy of Outlook Indiaସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୮୧,୯୧୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୪୪,୨୬୪ଟି ନମୁନା।
Follow Us