ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୮ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୪ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୬,୩୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୫,୫୫,୪୫୭ ଓ ମୃତ୍ୟୁସଂଖ୍ୟା ୩,୧୮,୮୯୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୫୯,୪୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୮,୯୩,୪୧୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/05/cvii-18-1024x768.jpg)
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୩,୪୩,୧୫୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୫୭,୨୦,୬୬୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/sambad/media/post_attachments/wp-content/uploads/2021/05/cvi-10.jpeg)
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୭ ତାରିଖ ସୁଦ୍ଧା ସମୁଦାୟ ୩୩,୯୦,୩୯,୮୬୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୭୦,୫୦୮ଟି ନମୁନା।