Image Courtesy of Times of India
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୯ ହଜାର ତଳକୁ ଚାଲିଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କିନ୍ତୁ, ୨୪ ଘଣ୍ଟାରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦ ବୃଦ୍ଧି ପାଇଛି। ଏଥିସହ ସକ୍ରିୟ ଆକ୍ରାନ୍ତଙ୍କ ହାର ସମୁଦାୟ ସଂକ୍ରମଣର ୦.୩୧% ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୭୩୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୦ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮,୭୩୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୪୫,୭୩୨ରେ ପହଞ୍ଚିଛି।
Image Courtesy of India TVଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୬୮୯ରେ ପହଞ୍ଚିଛ। ଏଥିରେ କେରଳର ରାଜ୍ୟରୁ ୮ଜଣଙ୍କ ମୃତ୍ୟୁ ପିଛିଲା ଭାବେ ଅନ୍ତର୍ଭୁକ୍ତ କରାଯାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୫୫୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୬୫,୫୫୨।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୪,୯୩୩ ଥିବା ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୬,୨୧,୭୯,୪୧୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୭୯,୨୪,୭୪୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୭୨,୯୧୦ଟି ନମୁନା।
Follow Us