ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦ ଭିତରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୯,୩୧୯ରେ ପହଞ୍ଚିଛି।
Image Courtesy of Mintପିଛିଲା ଭାବେ କେରଳ ୩ଜଣଙ୍କ ମୃତ୍ୟୁ ସାମିଲ କରିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୧୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୬,୦୫୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୫୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of The Economic Timesସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୨,୩୩,୭୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୩,୦୫୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/01/Corona-in-India-on-5th-January_Thumbnail.jpg)