୧୪୯ ଦିନରେ ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧

Advertisment
୧୪୯ ଦିନରେ ସର୍ବାଧିକ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧

Image Courtesy of Mint

ନୂଆଦିଲ୍ଲୀ: ୧୪୯ ଦିନ ପରେ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ରୁ ଯଥେଷ୍ଟ ଅଧିକ ହୋଇଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୮୯୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୦୪,୧୪୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୩୧କୁ ବୃଦ୍ଧି ପାଇଛି। ଆଜି ମହାରାଷ୍ଟ୍ର ଓ ଗୁଜରାଟରୁ ୨ଟି ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବ‌େଳେ ପିଛିଲା ଭାବେ କେରଳ ୩ଟି ମୃତ୍ୟୁ ସାମିଲ କରିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୧.୧.୫% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୧.୨୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୩,୮୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୩୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୫୨,୨୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୧,୧୪୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe