Image Courtesy of Times of India
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ସକ୍ରିୟ ସଙ୍କ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ସକ୍ରିୟ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୪୫ ବୃଦ୍ଧି ପାଇଛି। କିନ୍ତୁ, ଗତକାଲି ବୃଦ୍ଧି ପାଇଥିବା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଥିଲା ୭୩୭।
ଦେଶର ସମୁଦାୟ ସଂକ୍ରମିତଙ୍କ ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୦.୨୬% ଥିବା ବେଳେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ହାର ୯୮.୫୩% ରହିଛି। ସେହିପରି ଦୈନିକ ପଜିଟିଭିଟି ହାର ୪.୩୨% ରେକର୍ଡ କରାଯାଇଥିବା ସୁସ୍ଥତା ହାର ୯୮.୫୨% ଥିବା ରେକର୍ଡ କରାଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୯୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୫ ମୃତ୍ୟୁ ରେକର୍ଡ କରାଯାଇଛି।
Image Courtesy of The Indian Express୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮,୯୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୬୬,୭୩୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୩୦୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪୬୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୯,୨୧୯,୭୭।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୯୪୫୭।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୮,୩୩,୧୮,୭୭୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୫୩,୪୩,୬୮୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୮,୦୦୫ଟି ନମୁନା।
Follow Us