ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦ ହଜାର ତଳକୁ ଚାଲିଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ଦିନ ଦେଶରେ ସଂକ୍ରମଣ ସଂଖ୍ୟା ପୁନର୍ବାର ୨୦ ହଜାର ଟପିଯାଇଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୪୦୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୯,୪୦୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୨୬,୯୯୪ରେ ପହଞ୍ଚିଛି। ସେହି ହିସାବରେ ଦେଶରେ ଦୈନିକ ପଜିଟିଭିଟି ହାର ୪.୯୬% ଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୬୩% ଥିବା ଜଣାପଡ଼ିଛି।
Image Courtesy of The Hinduଗତ ୨୪ ଘଣ୍ଟାରେ ହୋଇଥିବା ୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୬୪୯ରେ ପହଞ୍ଚିଛ। ସମ୍ପ୍ରତି ଦେଶରେ ମୃତ୍ୟୁହାର ୧.୧୯% ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୯୨୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୬୫,୫୫୨।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୫,୭୯୩ ଥିବା ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୫,୯୨,୨୦,୭୯୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୭୫,୫୧,୮୩୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୧,୧୮୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/cvi-5.jpg)