ଦୁଇ ହଜାର ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଦୁଇ ହଜାର ତଳେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of NDTV

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ଦୁଇ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ୨୬ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୪୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୯୪୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୩୪,୩୭୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୨୩ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୬ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୭୯,୪୫୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୯୬୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୪୧,୪୩,୫୨୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୬୦,୮୦୬ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe