ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ହ୍ରାସ ପାଇ ୨୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ଥିଲେ ବି ପୂର୍ବପରି ୩୫୦୦ ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୭,୩୦୨ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ କେରଳ ପିଛିଲା ଭାବେ ୨ ଜଣଙ୍କର ମୃତ୍ୟୁ ସଂଯୋଗ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୯୫କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୩,୧୭୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୫,୪୬,୦୬୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୩୫,୧୭୩ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/cvi-21.jpg)