ନୂଆଦିଲ୍ଲୀ: ୩ ଦିନ ପରେ ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦ ହଜାର ତଳକୁ ଖସିଛି। ଦେଶରେ ଦୈନିକ ପଜିଟିଭିଟି ହାର ୪.୯୬% ରେକର୍ଡ କରାଯାଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୮୮% ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୬୭୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୯ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୯,୬୭୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୦,୧୯,୧୩୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୩୫୭ରେ ପହଞ୍ଚିଛ।
Image Courtesy of Business Standardଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୩୩୬ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୩,୪୯୭,୭୮।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୬୭୬ ଥିବା ରେକର୍ଡ କରାଯାଇଛି।
ଦେଶରେ ସକ୍ରିୟ ସଂକ୍ରମଣ ହାର ସମୁଦାୟ ସଂକ୍ରମଣର ୦.୩୩% ହୋଇଥିବା ବେଳେ ସୁସ୍ଥତା ହାର ୯୮.୪୮% ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟର କହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୪,୨୫,୬୯,୫୦୯ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୫୨,୦୭,୬୨୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୬,୪୨୪ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/cvi-24.jpg)