୨୪ ଘଣ୍ଟାରେ ଭାରତରେ ୧୯,୭୪୦ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୨୪୮

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୯,୭୪୦ ଥିବା ବେଳେ ମୃତ୍ୟୁସଂଖ୍ୟା ୨୪୮ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୭୪୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୪୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୩୫,୩୦୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୪୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୩୭୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୦୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୪୮,୨୯୧।

Image Courtesy of Deccan Herald

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୩୬,୬୪୩। ବିଗତ ୨୦୬ ଦିନ ମଧ୍ୟରେ ଏହା ସର୍ବନିମ୍ନ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୩.୯୯ କୋଟିରୁ ଅଧିକ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯,୧୨,୨୦୨ ଟିକା।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୮ ତାରିଖ ସୁଦ୍ଧା ସମୁଦାୟ ୫୮.୧୩ କୋଟି ପରୀକ୍ଷା କରାଯାଇଛି।

ସମ୍ବନ୍ଧିତ ଖବର