ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ୨୦ ହଜାର ନିକଟତର ହୋଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ଦିନ ଦେଶରେ ସଂକ୍ରମଣ ସଂଖ୍ୟା ୧୪ ହଜାର ତଳକୁ ଖସିଯାଇଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯,୮୯୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୩ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୯,୮୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୦,୮୭,୦୩୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୫୩୦ରେ ପହଞ୍ଚିଛ।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୪୧୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୨୪,୦୨୯।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୬,୪୭୮ ଥିବା ରେକର୍ଡ କରାଯାଇଛି।
ଦେଶରେ ସକ୍ରିୟ ସଂକ୍ରମଣ ହାର ସମୁଦାୟ ସଂକ୍ରମଣର ୦.୩୧% ହୋଇଥିବା ବେଳେ ସୁସ୍ଥତା ହାର ୯୮.୫୦% ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୫,୨୨,୫୧,୪୦୮ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୬୭,୬୦,୫୩୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୩,୦୦୬ଟି ନମୁନା।