୨୦ ହଜାର ଉପରେ ଦୈନିକ କୋଭିଡ୍‌ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୦୭୩କୁ ବୃଦ୍ଧି

Advertisment
୨୦ ହଜାର ଉପରେ ଦୈନିକ କୋଭିଡ୍‌ ସଂକ୍ରମଣ; ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୦୭୩କୁ ବୃଦ୍ଧି

Image Courtesy of The Print

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦,୦୦୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୪.୪୪%  ହୋଇଥିବା ବେଳେ ଜାତୀୟସ୍ତରରେ ସୁସ୍ଥତାହାର ୯୮.୪୮% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୦୩୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୭ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୦୩୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୭,୧୦,୦୨୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୬୦୪ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୪୭ ମୃତ୍ୟୁରୁ ୨୦ଟି କେରଳର ହୋଇଥିବା ବେଳେ ପଶ୍ଚିମବଙ୍ଗର ୫ଟି, ମହାରାଷ୍ଟ୍ରର ୪ଟି, ପଞ୍ଜାବରେ ୩ଟି, ଆସାମ, ବିହାର, ହରିୟାଣା ଏବଂ ଉତ୍ତରାଖଣ୍ଡରେ ୨ଟି ଲେଖାଏଁ,  ଦିଲ୍ଲୀ, ଗୋଆ, ଗୁଜରାଟ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ନାଗାଲାଣ୍ଡ ଏବଂ ସିକିମ୍‌ର ଗୋଟିଏ ଲେଖାଏଁ ବୋଲି ଜଣାପଡ଼ିଛି।

publive-image Image Courtesy of News9live

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬,୯୯୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୦,୪୫୩,୫୦।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୦୭୩ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୯୭ ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୯,୪୭,୩୪,୯୯୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୮୬,୧୫,୧୬୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୦,୮୨୦ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe