ଆଜି ବି ଦେଶରେ ୨୦ ହଜାର ଉପରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ଦୈନିକ ପଜିଟିଭିଟି ହାର ୪.୮୦%, ମୃତ୍ୟୁହାର ୧.୨୦%

ନୂଆଦିଲ୍ଲୀ: ଆଜି କ୍ରମାଗତ ତୃତୀୟ ଦିନରେ ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦,୦୦୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୪.୮୦%  ହୋଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୪୦% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୦୪୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୦୪୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୭,୩୦,୦୭୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୬୬୦ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୫୬ ମୃତ୍ୟୁରୁ ୨୭ଟି କେରଳର ହୋଇଥିବା ବେଳେ, ମହାରାଷ୍ଟ୍ରର ୧୦ଟି, ପଶ୍ଚିମବଙ୍ଗର ୫ଟି, ଗୁଜରାଟ, ହିମାଚଳ ପ୍ରଦେଶ ଓ ଉତ୍ତର ପ୍ରଦେଶର ୨ଟି ଲେଖାଏଁ ଏବଂ ଆସାମ, ବିହାର, କର୍ଣ୍ଣାଟକ, ପଞ୍ଜାବ, ସିକିମ୍‌, ତାମିଲନାଡୁ ଏବଂ ଉତ୍ତରାଖଣ୍ଡର ଗୋଟିଏ ଲେଖାଏଁ ବୋଲି ଜଣାପଡ଼ିଛି।

Image Courtesy of India TV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୩୦୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୦,୬୩୬,୫୧।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୦,୭୬୦ ରହିଛି। ସକ୍ରିୟ ସଂକ୍ରମଣର ସଂଖ୍ୟା ହେଉଛି ସମୁଦାୟ ସଂକ୍ରମଣର ୦.୩୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୯,୭୧,୬୧,୪୩୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୯୦,୩୩,୦୬୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୧୭,୮୯୫ଟି ନମୁନା।

ସମ୍ବନ୍ଧିତ ଖବର