ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଇ ୨୦୧ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦୦ ତଳେ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୬,୮୭୯ରେ ପହଞ୍ଚିଛି।
କେରଳ ପିଛିଲା ଭାବେ ୧ଜଣଙ୍କର ମୃତ୍ୟୁ ସଂଯୋଗ କରିବା ପରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୯୧କୁ ବୃଦ୍ଧି ପାଇଛି।
Image Courtesy of NDTVଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୨,୭୯୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୪,୦୪,୯୪୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୩୬,୩୧୫ଟି ନମୁନା।
Follow Us