ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା କିଛି ପରିମାଣରେ ହ୍ରାସ ପାଇ ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୬ ମୃତ୍ୟୁ ରେକର୍ଡ କରାଯାଇଛି।

Advertisment

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୨୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୮,୩୯୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୪୫୯ରେ ପହଞ୍ଚିଛି।

publive-image Image Courtesy of Mint

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦୯୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୯,୧୦୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୮୩୨।

publive-image Image Courtesy of DT Next

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୩୮,୪୫,୬୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୭୦,୯୨,୨୨୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୯୪,୮୧୨ଟି ନମୁନା।