ଦେଶରେ କମୁଛି କୋଭିଡ୍‌-୧୯ ସଂକ୍ରମଣ; ବୃଦ୍ଧି ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Advertisment
ଦେଶରେ କମୁଛି କୋଭିଡ୍‌-୧୯ ସଂକ୍ରମଣ; ବୃଦ୍ଧି ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of News9live   

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦ ହଜାର ରହିଥିଲେ ବି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧିପାଉଛି।

ସବୁଠୁ ଅଧିକ ସକ୍ରିୟ ଆକ୍ରନ୍ତଙ୍କ ସଂଖ୍ୟା ଥିବା ୫ଟି ରାଜ୍ୟ ହେଲେ, ମହାରାଷ୍ଟ୍ର, କେରଳ, ତାମିଲନଡୁ, ପଶ୍ଚିମବଙ୍ଗ ଏବଂ କର୍ଣ୍ଣାଟକ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୨୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୬ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୨୭୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୮,୮୮,୭୫୫ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୦୩୩ରେ ପହଞ୍ଚିଛ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୧୪୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୨,୧୦୫,୨୨।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୦୦ ବୃଦ୍ଧି ପାଇ ୧,୫୨,୨୦୦ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୧,୯୯,୩୩,୪୫୩ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୨୫,୨୦,୦୬୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୮୩,୬୫୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe