କ୍ରମାଗତ ୩ ଦିନ ହେବ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ; କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Advertisment
କ୍ରମାଗତ ୩ ଦିନ ହେବ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ; କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of ABP Asmita

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୩ ଦିନ ହେଲା ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ ରହିଛି। ଦେଶରେ ଦୈନିକ ପଜିଟିଭିଟି ହାର ୫.୦୫% ରେକର୍ଡ କରାଯାଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୯୨% ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୪୦୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୪୦୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୦୦,୧୩୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୩୧୨ରେ ପହଞ୍ଚିଛ।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୯୫୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୩,୩୦୪,୪୨।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୩୮୪ ଥିବା ରେକର୍ଡ କରାଯାଇଛି।

ଦେଶରେ ସକ୍ରିୟର ସଂକ୍ରମଣ ହାର ସମୁଦାୟ ସଂକ୍ରମଣର ୦.୩୩% ‌ହୋଇଥିବା ବ‌େଳେ ସୁସ୍ଥତା ହାର ୯୮.୪୮% ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟର କହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୩,୯୪,୩୩,୪୮୦ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୪୮,୧୧,୧୯୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୪,୩୯୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe