ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟାରେ ୨୦ ହଜାର ଉପରେ ରହିଛି। ଦେଶରେ ଦୈନିକ ପଜିଟିଭିଟି ହାର ୫.୧୨% ରେକର୍ଡ କରାଯାଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୮୨% ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୪୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୪୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୯,୭୯,୭୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୨୫୮ରେ ପହଞ୍ଚିଛ।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୩,୦୯୪,୮୪।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ୨, ୩୩୫ ହ୍ରାସ ପାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୯୮୮ ଥିବା ରେକର୍ଡ କରାଯାଇଛି।

ଦେଶରେ ସକ୍ରିୟର ସଂକ୍ରମଣ ହାର ସମୁଦାୟ ସଂକ୍ରମଣର ୦.୩୩% ‌ହୋଇଥିବା ବ‌େଳେ ସୁସ୍ଥତା ହାର ୯୮.୪୮% ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟର କହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୩,୬୦,୪୬,୩୦୭ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୪୪,୦୬,୭୯୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୮,୭୬୧ଟି ନମୁନା।