ନୂଆଦିଲ୍ଲୀ: ଆଜି କ୍ରମାଗତ ଚତୁର୍ଥ ଦିନରେ ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦,୦୦୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୫.୨୩% ହୋଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୫୫% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୫୨୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୫୨୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୭,୫୦,୫୯୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୭୦୯ରେ ପହଞ୍ଚିଛି। ରେକର୍ଡ ହୋଇଥିବା ୪୯ ମୃତ୍ୟୁରୁ ୧୭ଟି କେରଳର ହୋଇଥିବା ବେଳେ, ମହାରାଷ୍ଟ୍ରର ୮ଟି, ପଶ୍ଚିମବଙ୍ଗର ୬ଟି, କର୍ଣ୍ଣାଟକ ଓ ପଞ୍ଜାବର ୩ଟି ଲେଖାଏଁ, ଆସାମ, ଦିଲ୍ଲୀ ଓ ଝାଡ଼ଖଣ୍ଡର ୨ଟି ଲେଖାଏଁ ଏବଂ ବିହାର, ଗୁଜରାଟ, ହିମାଚଳ ପ୍ରଦେଶ, ପଣ୍ଡିଚେରି, ତ୍ରିପୁରା ଏବଂ ଉତ୍ତରାଖଣ୍ଡର ଗୋଟିଏ ଲେଖାଏଁ ବୋଲି ଜଣାପଡ଼ିଛି।
Image Courtesy of dtnextଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୭୯୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୦,୮୧୪,୪୧।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୩,୪୪୯ ରହିଛି। ସକ୍ରିୟ ସଂକ୍ରମଣର ସଂଖ୍ୟା ହେଉଛି ସମୁଦାୟ ସଂକ୍ରମଣର ୦.୩୩%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୯,୯୮,୮୯,୦୯୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୯୪,୨୫,୬୩୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୨,୫୬୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/07/cvi-14.jpg)