ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ୨୦ ହଜାର ଟପିଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ଦିନ ଦେଶରେ ସଂକ୍ରମଣ ସଂଖ୍ୟା ୧୪ ହଜାର ତଳକୁ ଖସିଯାଇଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୫୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୫୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୧,୦୭,୫୮୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୬,୫୩୦ରେ ପହଞ୍ଚିଛ।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୧,୫୯୫ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୪,୪୫,୬୨୪।
ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୫,୩୬୪ ଥିବା ରେକର୍ଡ କରାଯାଇଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୫,୫୯,୪୭,୨୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୭୧,୬୦,୬୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୦,୧୧୦ଟି ନମୁନା।