ଦେଶରେ ପୁଣି ୨୦ ହଜାର ଟପିଲା କୋଭିଡ୍‌-୧୯ ସଂକ୍ରମଣ; ସୁସ୍ଥତା ହାର ୯୮.୪୭%

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୨୦ ହଜାର ଅତିକ୍ରମ କରିଯାଇଛି। ଆଜି ଦୈନିକ ପଜିଟିଭିଟି ହାର ୪.୧% ଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୬୪% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୫୫୭  କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୦,୫୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୮,୦୩,୬୧୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୮୫, ତେଲେଙ୍ଗାନାରେ ୬୫୮, କର୍ଣ୍ଣାଟକରେ ୧,୧୫୧, ତାମିଲ୍‌ନାଡୁରେ ୨,୧୪୨, ମହାରାଷ୍ଟ୍ରରେ ୨,୨୭୯ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ମେ ମାସଠାରୁ ଦେଶରେ କ୍ରମାଗତ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଛି।

Image Courtesy of Daily Excelsior

ଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୭୬୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୫୧୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୧,୩୨୧,୪୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୪୭% ରହିଛି।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦ ବୃଦ୍ଧି ପାଇ ୧,୪୫,୬୫୪ ପହଞ୍ଚିଛି। ସକ୍ରିୟ ସଂକ୍ରମଣର ସଂଖ୍ୟା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୩୩%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୦,୬୧,୨୪,୬୮୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୦୬,୫୩,୪୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୮,୦୩୪ଟି ନମୁନା।

ସମ୍ବନ୍ଧିତ ଖବର