ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇ ଦୁଇ ହଜାରଠୁ ସାମାନ୍ୟ ଅଧିକ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୬୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୩୦,୮୮୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୦୫ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୭୫,୧୪୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୩୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

publive-image Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୩୩,୪୩,୬୫୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ସୁଦ୍ଧା ସମୁଦାୟ ୮୯,୮୬,୯୯, ୬୮୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ଗତକାଲି ପରୀକ୍ଷା କରାଯାଇଛି ୨,୩୧,୬୨୨ଟି ନମୁନା।