ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୧୧ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତକାଲି ରେକର୍ଡ ଠାରୁ ଆଜି ସଂକ୍ରମଣସଂଖ୍ୟା ବୃଦ୍ଧି ଓ ମୃତ୍ୟୁସଂଖ୍ୟା ସାମାନ୍ୟ ହ୍ରାସ ପାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୧,୨୯୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୮୪୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୭୩,୬୯,୦୯୩ ଓ ମୃତ୍ୟୁସଂଖ୍ୟା ୩,୧୫,୨୩୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/05/cvii-17.jpg)
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୮୩,୧୩୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୪୬,୩୩,୯୫୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୪,୧୯,୯୦୭।
/sambad/media/post_attachments/wp-content/uploads/2021/05/cvi-9.jpeg)
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୦,୨୬,୯୫,୮୭୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୬ ତାରିଖ ସୁଦ୍ଧା ସମୁଦାୟ ୩୩,୬୯,୬୯,୫୩୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୨,୫୭,୮୫୭ଟି ନମୁନା।