୨୦୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୫ ହଜାର ଉପରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

୨୦୦୦ ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୫ ହଜାର ଉପରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Image Courtesy of India TV

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ଗତକାଲି ପରି ଦୁଇ ହଜାର ଉପରେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ଥିଲେ ସୁଦ୍ଧା ୨୫ ହଜାର ଉପରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୧୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୧୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୩୮,୬୩୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୫୩ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୫ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of BQ Prime

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୮୪,୬୪୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୦୩୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୫୦,୯୭,୫୭୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ସୁଦ୍ଧା ସମୁଦାୟ ୮୯,୯୬,୨୭,୪୨୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧,୮୮,୨୨୦ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe