ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୨୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୭ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୪୨,୧୯୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୦୭ରେ ପହଞ୍ଚିଛି।
Image Courtesy of Mintଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୭୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୨,୭୧୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୯୭୧।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୬୭,୪୪,୭୬୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୭୯,୫୮,୭୭୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୮,୯୨୪ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/cvi-22.jpg)