ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇ ପୁଣି ୨ ହଜାର ଟପି ଯାଇଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ତଳକୁ ଚାଲି ଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୧୮,୫୩୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୩୫ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୬୩,୪୦୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୨୯୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

publive-image Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୦୯,୬୯,୫୭୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ଗତକାଲି ପରୀକ୍ଷା କରାଯାଇଛି ୨,୬୪,୨୬୧ଟି ନମୁନା।