ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ଦୁଇ ହଜାର ଟପିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ଥିଲେ ସୁଦ୍ଧା ଗତକାଲି ପରି ୨୬ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୩୬,୫୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୪୩ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୧୩ଜଣଙ୍କ ମୃତ୍ୟୁ ସାମିଲ କରିଛି।
Image Courtesy of Times of Indiaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୮୨,୦୬୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୧୦ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।
Image Courtesy of Deccan Heraldସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୪୬,୩୪,୨୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ସୁଦ୍ଧା ସମୁଦାୟ ୮୯,୯୪,୩୯,୨୦୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୫୧,୫୧୫ଟି ନମୁନା।
Follow Us