ଦେଶରେ କୋଭିଡ୍‌-୧୯ ସଂକ୍ରମଣ ୨୧ ହଜାର ଉପରେ; ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି

Advertisment
ଦେଶରେ କୋଭିଡ୍‌-୧୯ ସଂକ୍ରମଣ ୨୧ ହଜାର ଉପରେ; ମୃତ୍ୟୁସଂଖ୍ୟା ସାମାନ୍ୟ ବୃଦ୍ଧି

Image Courtesy of Tribune India   

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା କିଛି ପରିମାଣରେ ହ୍ରାସ ପାଇ ସାଢ଼େ ୨୧ହଜାର ପାଖାପାଖି ରହିଛି। ଏହା ବ୍ୟତିରେକେ, ଦେଶରେ କୋଭିଡ୍‌ଜନିତ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି।

ସବୁଠୁ ଅଧିକ ସକ୍ରିୟ ଆକ୍ରନ୍ତଙ୍କ ସଂଖ୍ୟା ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ରହିଛି, ଆନ୍ଧ୍ରପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ଦିଲ୍ଲୀ, ଗୁଜରାଟ, ହରିୟାଣା, ହିମାଚଳ ପ୍ରଦେଶ, ଜମ୍ମୁ ଓ କଶ୍ମୀର, ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଓଡ଼ିଶା, ପଞ୍ଜାବ, ତାମିଲନାଡୁ, ତେଲେଙ୍ଗାନା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧,୪୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧,୪୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୮,୬୮,୪୭୬ରେ ପହଞ୍ଚିଛି।

publive-image Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୯୯୭ରେ ପହଞ୍ଚିଛ। ମୃତ୍ୟୁହାର ୧.୨୦% ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦,୭୨୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୧,୯୨୩,୭୯।

ଏହାଛଡ଼ା, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୧୦୦ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୦୧,୬୮,୧୪,୭୭୧ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୭,୨୧,୩୬,୪୦୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୦,୨୦୨ଟି ନମୁନା।

Image Courtesy of dtnext

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe