ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୧୮: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୯

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୧୮: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୯

Image Courtesy of The Indian Express

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୯କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୧୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୬,୦୧୭ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ସିକିମ୍‌ରେ ଜଣଙ୍କର ମୃତ୍ୟୁ ଏବଂ ପିଛିଲା ଭାବେ କେରଳ ୪ଟି ମୃତ୍ୟୁ ରିପୋର୍ଟ କରିବା ପରେ  ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୩,୦୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୩,୮୦,୬୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୬,୧୨୬ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe