୨୪ ଘଣ୍ଟାରେ ଦେଶରେ ୨,୧୮୩ କୋଭିଡ୍‌-୧୯ ଆକ୍ରାନ୍ତ; ୨୧୪ଜଣ ମୃତ

ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ରୁ କିଛି ଅଧିକ ଥିବା ବେଳେ ଆଜି ୨୦୦୦ ଟପି ଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୧୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୮୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୪,୨୮୦ରେ ପହଞ୍ଚିଛି।

Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୯୬୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୦,୭୭୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୫୪୨।

Image Courtesy of Zee News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୬,୫୪,୯୪,୩୫୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୨୧,୦୪,୮୪୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୬୧,୪୪୦ଟି ନମୁନା।

ସମ୍ବନ୍ଧିତ ଖବର