ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ଆହୁରି ହ୍ରାସ ପାଇ ୨୫୦୦ରୁ କମ୍‌ ରହିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।

Advertisment

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୩,୮୦୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୪୧ରେ ପହଞ୍ଚିଛି।

publive-image Image Courtesy of India TV News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୮୨,୨୪୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୩୧୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୩୭,୩୪,୩୧୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୪୧,୩୪,୧୫୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୯୭,୨୪୨ଟି ନମୁନା।