ନୂଆଦିଲ୍ଲୀ: ଗୁରୁବାର ଦିନ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୧ ହଜାର ଉପରେ ଥିବାବେଳେ ଆଜି ଆହୁରି ବୃଦ୍ଧି ପାଇ ୨୦୦୦ ଟପି ଯାଇଥିବା ରେକର୍ଡ କରାଯାଇଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୦୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୮ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୯,୦୮୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୨ଜଣକ ମୃତ୍ୟୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୯୯ରେ ପହଞ୍ଚିଛି।

publive-image Image Courtesy of NetIndian

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୦,୬୯୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୩୯୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

publive-image Image Courtesy of India Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୬୦,୪୫,୫୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୨,୭୦୪ଟି ନମୁନା।