୨୪ ଘଣ୍ଟାରେ ଦେଶରେ ୨,୨୨୬ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୬୫ଜଣ ମୃତ

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମିଥିଲେ ବି ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୫ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୨୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୬,୩୭୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୪୧୩ରେ ପହଞ୍ଚିଛି।

Image Courtesy of The Times of India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୦୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୭,୦୦୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୯୫୫।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୨୮,୬୬,୫୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୬୭,୯୭,୪୧୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୨,୬୮୧ଟି ନମୁନା।

ସମ୍ବନ୍ଧିତ ଖବର