ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମି ସୁଦ୍ଧା ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୫୯କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି।

Advertisment

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୫୯ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୧,୮୨୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୩୨୩ରେ ପହଞ୍ଚିଛି।

publive-image Image Courtesy of Deccan Herald

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୧୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୨,୪୫୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୦୪୪।

publive-image Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୯୬,୩୨,୫୧୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୫୮,୫୫,୩୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୧,୧୭୯ଟି ନମୁନା।