ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମି ସୁଦ୍ଧା ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୫୯କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୫୯ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୧,୮୨୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୩୨୩ରେ ପହଞ୍ଚିଛି।
Image Courtesy of Deccan Heraldଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୧୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୨,୪୫୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୦୪୪।
Image Courtesy of NDTVସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୯୬,୩୨,୫୧୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୫୮,୫୫,୩୫୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୧,୧୭୯ଟି ନମୁନା।
Follow Us