ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ଅଢ଼େଇ ଶହ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ସାଢ଼େ ୪ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୨୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୩,୬୧୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୩୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/12/cvi-4.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୮,୫୫୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୩୪ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
/sambad/media/post_attachments/wp-content/uploads/2022/12/cvii-4.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୪,୩୭,୮୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୧୦,୮୩୯ଟି ନମୁନା।