ଆଜି ଦେଶରେ ୨୪୩ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୩ଜଣ ମୃତ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୫୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ବୃଦ୍ଧି ପାଇ ୩.୬ ହଜାର ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୨୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୮,୩୮୪ରେ ପହଞ୍ଚିଛି।

Image Courtesy of The Hindu

ପିଛିଲା ଭାବେ କେରଳ ୩ଜଣଙ୍କ ମୃତ୍ୟୁ ସାମିଲ କରିଥିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୦୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୪,୦୨୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୫୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Image Courtesy of Mint

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୦,୦୬,୨୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୮୭,୯୮୩ଟି ନମୁନା।

ସମ୍ବନ୍ଧିତ ଖବର