ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ୨୨ହଜାରରୁ ଯଥେଷ୍ଟ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୪ ଶହରୁ ସାମାନ୍ୟ ଅଧିକ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨,୭୭୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୦୬ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୮,୬୧,୫୭୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୦୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୧,୪୮୬ରେ ପହଞ୍ଚିଛି।

publive-image Image Courtesy of Business Standard

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୯୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୭୫,୩୧୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦,୪୭୮୧।

ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୧,୪୩୧ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୫,୧୬,୨୪,୧୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୭,୮୯,୮୯,୧୧୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୧୦,୮୫୫ଟି ନମୁନା।