ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବଢ଼ି ୨୦୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୫ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୨୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୪,୧୪୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୩୪୮ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/05/cvi-19.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୪,୮୦୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୯୯୬।
/sambad/media/post_attachments/wp-content/uploads/2022/05/cvii-15.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୧୨,୯୬,୭୨୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୬୩,୫୪,୭୩୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୯,୩୮୨ଟି ନମୁନା।