କମୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୨,୩୫,୫୩୨ କୋଭିଡ୍‌-୧୯ ଆକ୍ରାନ୍ତ; ୮୭୧ ଜଣ ମୃତ

Advertisment
କମୁଛି ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ଦେଶରେ ୨,୩୫,୫୩୨ କୋଭିଡ୍‌-୧୯ ଆକ୍ରାନ୍ତ; ୮୭୧ ଜଣ ମୃତ

Image Courtesy of ABP Live

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୫,୫୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୭୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୦୮,୫୮,୨୪୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୭୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୩,୧୯୮ରେ ପହଞ୍ଚିଛି।

publive-image Image Courtesy of News18

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୩୫,୯୩୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୮୩,୬୦,୭୧୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦,୦୪,୩୩୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୫,୦୪,୮୭,୨୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୨,୫୭,୭୪,୭୦୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୭,୫୯,୪୩୪ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୩.୩୯%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe