ନୂଆଦିଲ୍ଲୀ: ଆଜି ଦ୍ବିତୀୟ ଦିନରେ ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୨ ହଜାରରୁ ଅଧିକ ରହିଛି। ଗତକାଲି ନୂଆ ସଂକ୍ରମଣ ସଂଖ୍ୟା ୨,୦୬୭ ଥିଲା। ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ହରିୟାଣା ଏବଂ ମିଜୋରାମରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୬ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୯,୯୭୪ରେ ପହଞ୍ଚିଛି।
Image Courtesy of Firstpostଗତ ୨୪ ଘଣ୍ଟାରେ ହୋଇଥିବା ୫୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୪,୪୭୯।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୪୩୩।
Image Courtesy of The Times of Indiaସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୦୭,୦୮,୧୧୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୩୩,୭୭,୦୫୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୪୯,୧୧୪ଟି ନମୁନା।
Follow Us