ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇ ଅଢ଼େଇ ହଜାର ତଳେ ରହିଛି। ଏହାଛଡ଼ା, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାରରୁ ସାମାନ୍ୟ ଉପରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୨୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୫ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୧୪,୪୩୭ରେ ପହଞ୍ଚିଛି।
Image Courtesy of The Hinduଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୧୪ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୧୩ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୫୭,୫୪୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୭୯ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।
Image Courtesy of Times of Indiaସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୯୯,୭୨,୬୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ଗତକାଲି ପରୀକ୍ଷା କରାଯାଇଛି ୯୧,୪୫୮ଟି ନମୁନା।
Follow Us