ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ କମି ଅଢ଼େଇ ହଜାର ତଳକୁ ଚାଲିଆସିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୭ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୨୬,୪୨୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୭୪ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୯ଜଣଙ୍କ ମୃତ୍ୟୁ ସାମିଲ କରିଛି।
Image Courtesy of Money Controlଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୭୦,୯୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୬୧୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।
Image Courtesy of Netindianସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୨୭,୧୫,୯୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ସମୁଦାୟ ୮୯,୮୩,୫୭,୧୯୫ଟି ନମୁନା ପରୀକ୍ଷା ସରିଲାଣି। ଗତକାଲି ପରୀକ୍ଷା କରାଯାଇଛି ୨,୪୧,୭୦୭ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/10/Corona-in-India-on-15th-October_Thumbnail.jpg)