୨୪ ଘଣ୍ଟାରେ ଦେଶରେ ୨,୪୫୧ କୋଭିଡ୍‌-୧୯ ଆକ୍ରାନ୍ତ; ୫୪ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୨,୪୫୧ କୋଭିଡ୍‌-୧୯ ଆକ୍ରାନ୍ତ; ୫୪ଜଣ ମୃତ

ନୂଆଦିଲ୍ଲୀ: ଆଜି ଦ୍ବିତୀୟ ଦିନରେ ମଧ୍ୟ ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୨ ହଜାରରୁ ଅଧିକ ରହିଛି। ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ହରିୟାଣା ଏବଂ ମିଜୋରାମରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୨,୪୨୫ରେ ପହଞ୍ଚିଛି।

publive-image Image Courtesy of Deccan Herald

ଗତ ୨୪ ଘଣ୍ଟାରେ ହୋଇଥିବା ୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୧୧୬ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୮୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୬,୦୬୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୨୪୧।

publive-image Image Courtesy of The Financial Express

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୨୬,୨୬,୫୧୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୩୮,୨୫,୯୯୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୪୮,୯୩୯ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe