ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଆହୁରି ହ୍ରାସ ପାଇ ଅଢ଼େଇ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୩୪ ହଜାର ତଳକୁ ଚାଲି ଆସିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୬୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୧,୯୩୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୭୩୩ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of Rediff.com

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୩୯,୮୮୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୩୧୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।

publive-image Image Courtesy of The Hindu

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୮୩,୪୦,୮୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ୧,୮୭,୫୧୧ଟି ନମୁନା ପରୀକ୍ଷା କରାଯାଇଛି।