୨୪ ଘଣ୍ଟାରେ ଦେଶରେ ୨,୪୮୭ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୩ ଜଣ ମୃତ

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ୧୨% ହ୍ରାସ ପାଇ ମଧ୍ୟ ୨୫୦୦ ପାଖାପାଖି ରହିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୪୮୭କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୩ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୮୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୨୧,୫୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୨୧୪ରେ ପହଞ୍ଚିଛି।

Image Courtesy of Outlook India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୮୭୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୯,୬୯୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୬୯୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୧,୩୨,୯୪,୮୬୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୩୮,୩୬,୯୧୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୦୫,୧୫୬ଟି ନମୁନା।

ସମ୍ବନ୍ଧିତ ଖବର