ଆଜି ଦେଶରେ ୨୪୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇଥିଲେ ବି ସାଢ଼େ ୪ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ଶୂନ୍ୟ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୪,୪୩୯ରେ ପହଞ୍ଚିଛି।

Image Courtesy of Business Standard

ଗତ ୨୪ ଘଣ୍ଟାରେ କାହାରି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ଅପରିବର୍ତ୍ତିତ ଅଛି (୫,୩୦,୬୪୭)।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୯,୫୫୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୨୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୬,୧୮,୫୮୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୪୧,୦୬୭ଟି ନମୁନା।

ସମ୍ବନ୍ଧିତ ଖବର